Latest news
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
DEMOThis is a demo edition. News and images are provided as examples only.
Odisha

ଲଗାଣ ବର୍ଷା ଦ୍ଵାରା କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ

ଅର୍ଣବ ର ପ୍ରଭାବରେ ଲଗାଣ ବର୍ଷା ଦ୍ଵାରା କ୍ଷୟକ୍ଷତି ସ୍ଥିତି ସମୀକ୍ଷା କରିଛନ୍ତି ମନ୍ତ୍ରୀ

ଲଗାଣ ବର୍ଷା ଦ୍ଵାରା କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ  ସୁରେଶ ପୂଜାରୀ

ଗଞ୍ଜାମ ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ବେଳେ ଗଜପତି ଓ କନ୍ଧମାଳରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି

 

ଭୁବନେଶ୍ୱର: ୩୦/୧୦(ଭାରତ ପ୍ରସାରଣ): 'ଆଜି ରାଜୀବ ଭବନ ରାଜ୍ୟ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷଠାରେ ଏସଆରସି ଏଵଂ ଉଚ୍ଚସ୍ତରୀୟ ଅଧିକାରୀଙ୍କ ସହ ମାନ୍ୟବର ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ  ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣବ ର ପ୍ରଭାବରେ ଲଗାଣ ବର୍ଷା ଦ୍ଵାରା କ୍ଷୟକ୍ଷତି ସ୍ଥିତି ସମୀକ୍ଷା ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଛି l ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ସମନ୍ୱିତ ପଦକ୍ଷେପ ମାଧ୍ୟମରେ ଜନସାଧାରଣଙ୍କ ସୁରକ୍ଷା ଏବଂ ବିପର୍ଯ୍ୟୟର ପ୍ରଭାବ ହ୍ରାସ ଉପରେ ଗୁରୁତ୍ୱ ଦିଆଯାଇଛି।

ମନ୍ତ୍ରୀ ଶ୍ରୀପୂଜାରୀଙ୍କ ସୂଚନା ଅନୁଯାୟୀ, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ଓ ରାୟଗଡ଼ ଆଦି ଜିଲ୍ଲା ରେ ବାତ୍ୟ ଅର୍ଣ୍ଣବ୍ ଯୋଗୁଁ ଅଧିକ ପ୍ରଭାବିତ ହୋଇଛି। ଗଞ୍ଜାମ ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ବେଳେ ଗଜପତି ଓ କନ୍ଧମାଳରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି। ବାତ୍ୟା ପରବର୍ତ୍ତୀ ବୃଷ୍ଟିପାତ ଯୋଗୁଁ ଅନେକ ଗ୍ରାମ ଜଳବନ୍ଦୀ ହୋଇପଡ଼ିଛି ଏବଂ ରାସ୍ତାଘାଟର ବ୍ୟାପକ କ୍ଷତି ଘଟିଛି। ଏହି ପରିସ୍ଥିତିରେ ପ୍ରଭାବିତ ଅଞ୍ଚଳରେ ODRAF, NDRF ଏବଂ ଅଗ୍ନିଶମ ବାହିନୀ ଉଦ୍ଧାର ଓ ରିଲିଫ୍ ରେ ନିୟୋଜିତ ହୋଇଛନ୍ତି। ହେଲିକପ୍ଟର ମାଧ୍ୟମରେ ମଧ୍ୟ ଉଦ୍ଧାର କାର୍ଯ୍ୟ ଓ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଉଛି। ହଜାର ହଜାର ଲୋକଙ୍କୁ ସୁରକ୍ଷିତ ଭାବେ ରିଲିଫ୍ କ୍ୟାମ୍ପକୁ ସ୍ଥାନାନ୍ତରିତ କରାଯାଇଛି। ସବୁଠାରୁ ଅଧିକ ଗଞ୍ଜାମ (୪୨,୫୬୪), ଗଜପତି (୩୦,୦୦୦) ଏବଂ କନ୍ଧମାଳ (୧୨,୦୦୦) ଜିଲ୍ଲାର ଲୋକମାନେ ପ୍ରଭାବିତ ହୋଇଛନ୍ତି। ବିପଦପୂର୍ଣ୍ଣ ଅଞ୍ଚଳରୁ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରାଯାଇଛି। ପ୍ରଭାବିତ ଲୋକଙ୍କ ପାଇଁ ରିଲିଫ୍ କ୍ୟାମ୍ପ (ଆଶ୍ରୟସ୍ଥଳୀ) ଖୋଲାଯାଇଛି । 

ଏହି ସ୍ଥାନାନ୍ତର ପ୍ରକିୟାରେ ଗର୍ଭବତୀ ମହିଳାମାନଙ୍କୁ ସର୍ବାଗ୍ରେ ସୁରକ୍ଷିତ ସ୍ଥାନକୁ ଅଣାଯାଇ ସେମାନଙ୍କୁ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଓ ଔଷଧ ଯୋଗାଇ ଦିଆଯାଉଛି। ଏହା ସହିତ ରିଲିଫ୍ କ୍ୟାମ୍ପଗୁଡ଼ିକରେ ଶୁଖିଲା ଖାଦ୍ୟ, ଚାଉଳ, ଗୁଡ଼, ପଲିଥିନ୍ ସିଟ୍ ଏବଂ ବିଶୁଦ୍ଧ ପାନୀୟ ଜଳ ବଣ୍ଟନ କରାଯାଉଛି। କ୍ଷତିଗ୍ରସ୍ତ ରାସ୍ତାଘାଟ ଓ ବିଦ୍ୟୁତ୍ ସେବାକୁ ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ରିଲିଫ୍ ଏବଂ ପୁନର୍ବାସ କାର୍ଯ୍ୟକୁ ଅଧିକ ଜୋରଦାର କରାଯାଇଛି ।

Last updated: 01 Nov 2026, 11:06 AM

← Previous storyଦୁଷ୍କର୍ମ ଘଟଣାର ସିବିଆଇ ତଦନ୍ତ ଦାବି କଲା ବିଜେଡିNext story →ଅର୍ଣ୍ଣବ୍ ବାତ୍ୟା ପ୍ରଭାବରେ ବନ୍ୟା ନିୟନ୍ତ୍ରଣରେ ସରକାର ବିଫଳ: ଅଖିଳ ଭାରତ କୃଷକ ସଭା