+91-7008748499 / 9438844229

dkm3773@gmail.com / bpindialive@gmail.com

Monday 7th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME    ଅନ୍ୟାନ୍ୟ

ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ରେ ଗାଇବେ ଅନୁରାଧା ପଡ଼ୱାଲ

06-Mar-2024



ଭୁବନେଶ୍ଵର,୬.୩.୨୪(ଭାପ୍ର): - ପ୍ରତିବର୍ଷ ପରି ଚଳିତବର୍ଷ ମହାପ୍ରଭୁ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରୀ ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ୩୫ତମ ଜାତୀୟସ୍ତରୀୟ ଭଜନ ସମାରୋହ ଅନୁଷ୍ଠିତହେବ। ମୁମ୍ବାଇର ଖ୍ୟାତନାମା କଳାକାର ହେମନ୍ତ ବ୍ରୀଜୱାସି, ହୋସିୟାର ସିଂ, ଚେତନ ବ୍ରୀଜୱାସି, ପୁନମ୍ ଭାଟିଆ, ଲୋପିତା ମିଶ୍ର ଓ ଏଥି ସହ ଅନୁରାଧା ପଡ଼ୱାଲ ଓ ତାଙ୍କ ଟିମଙ୍କ ସହିତ ସଙ୍ଗୀତ ନିର୍ଦ୍ଦେଶକ ମନ୍ମଥ ମିଶ୍ରଙ୍କ ନିର୍ଦ୍ଦେଶନାରେ ଓଡ଼ିଶାର ୩୦ରୁ ଉର୍ଦ୍ଧ୍ୱ ଖ୍ୟାତନାମା କଳାକାର ଯୋଗଦେବେ ।

ଶ୍ରୀଲିଙ୍ଗରାଜ ଲାଇବ୍ରେରୀ ହଲଠାରେ ଅନୁଷ୍ଠିତ ସମ୍ମିଳନୀରେ ସଭାପତି ତଥା ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେଶ କୁମାର ରାଉତରାୟ ଓ ସମ୍ପାଦକ ସନତ ମିଶ୍ର ସୂଚନା ଦେଇ କହିଛନ୍ତି ଯେ ମହାଶିବରାତ୍ରୀ ଦିନ ଲିଙ୍ଗରାଜ ଭଜନ ମଣ୍ଡପରେ ଭୋର ୪ ଘଟିକାରୁ ଶଙ୍ଖଧ୍ବନି, ବେଦପାଠ, ଶିବ ସହସ୍ର ନାମ, ଭାଗବତ ଗୀତାପାଠ, ଶିବ ଚେତନା, ହରିହର ଭଜନ, ରାମ ଚରିତ ମାନସ ପରାୟଣ, ପ୍ରବଚନ ପରେ ସଂନ୍ଧ୍ୟା ୭ ଘଟିକାରୁ ଭୋର ୫ଟା ପର୍ଯ୍ୟନ୍ତ ଜାତୀୟ ସ୍ତରୀୟ ଭଜନ ସମାରୋହ ହେବ ।

ଏହି ଉତ୍ସବରେ ମହାମହିମ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ମନ୍ତ୍ରୀ ଓ ବିଧାୟକ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି  ସଂଗୀତ ଜଗତର ଖ୍ୟାତନାମା କଳାକାର ଓ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନୀତ କରାଯିବ ।

ଏହି ସାମ୍ବାଦିକ ସମ୍ମିଳନୀରେ ଶିବାନନ୍ଦ ରାୟ, ରଶ୍ମି ମହାପାତ୍ର, ରତିକାନ୍ତ ମହାସୁଆର, ପ୍ରଦ୍ୟୁମ୍ନ କୁମାର ମହାନ୍ତି, ବାବନ ଚନ୍ଦ୍ର ମହାପାତ୍ର, କେଦାରନାଥ ମହାପାତ୍ର, ଲଲାଟେନ୍ଦୁ ମହାନ୍ତି, ଗଣେଶ ପାଲ, ସୁଧୀର ରଞ୍ଜନ ଜେନା, ତପନ ମହାସୁଆର, ମୁଖପାତ୍ର ଲିଙ୍ଗରାଜ ସାହୁ, ପ୍ରମୋଦ କୁମାର ଦାସ, ପ୍ରତାପ ପଟ୍ଟନାୟକ,  ବିଶ୍ୱନାଥ ମହାପାତ୍ର ପ୍ରମୁଖ ଉପସ୍ଥିତଥିଲେ।





Advertisment

You Might Also Like