+91-7008748499 / 9438844229

dkm3773@gmail.com / bpindialive@gmail.com

Sunday 22nd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜ୍ୟ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

06-Mar-2024



ଭୁବନେଶ୍ବର,୬.୩.୨୪ (ଭାପ୍ର):-ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ ୫ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି । 

ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।

ସୂଚନାଯୋଗ୍ୟ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, cashless ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ। 

କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇ କହିଲେ ଯେ ୫ଟି ରେ କାର୍ଯ୍ୟକାରୀ ହେଉଥିବା ବିଏସକେୱାଇ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଆଜି ଗ୍ରାମାଞ୍ଚଳର  ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ। ୫ଟି ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି ୫ଟି ମନ୍ତ୍ର ଉପରେ ରାଜ୍ୟାବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଥିଲେ।

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ, ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ ବିଏସକେୱାଇ ନବୀନ କାର୍ଡ ରେ ସାମିଲ କରାଯିବ ବୋଲି ସେ କହିଥିଲେ।
ଏହି ଯୋଜନାକୁ ରେକର୍ଡ ସମୟ ମଧ୍ୟରେ କାର୍ଯ୍ୟକାରୀ କରିଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସୂଚନା ପ୍ରଯୁକ୍ତି ବିଭାଗକୁ ସେ ଧନ୍ୟବାଦ ଜଣାଇଥିଲେ। 

ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଗ୍ରାମାଞ୍ଚଳର ବିଏସକେୱାଇ କାର୍ଡ ପାଇବାରୁ ବହୁ ବଞ୍ଚିତ ଲୋକ ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ। ପ୍ରତିଟି ଜୀବନ ମୂଲ୍ୟବାନ ଆଦର୍ଶରେ ଅନୁପ୍ରାଣିତ  ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ବଲପୁର ବାମଡା ବ୍ଲକରେ ଜିଲ୍ଲା ପରିଷଦ ସଭାପତି କୁମୁଦିନୀ ନାୟକ, କୁଚିଣ୍ଡାରେ ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ, ରେଢାଖୋଲରେ ବିଧାୟକ ଶ୍ରୀ ରୋହିତ ପୁଜାରୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜିକା ଶ୍ରୀମୟୀ ଶ୍ୱେତାସ୍ନିଗ୍ଧା ମିଶ୍ର, ବୋଲଗଡରେ ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧାରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ରୁପଶ୍ରୀରାଣୀ ଗୁମାନ ସିଂ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ସବୁ କ୍ଷେତ୍ରରେ ଆମ ରାଜ୍ୟ ଆଗକୁ ବଢିଛି। ସମାଜର ସବୁଠାରୁ ତଳ ଧାଡିରେ ରହୁଥିବା ବ୍ୟକ୍ତିର କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇଥାନ୍ତି। ବିଏସକେୱାଇ ଆଜି ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସଦୃଶ୍ୟ ହୋଇଛି। ସ୍ୱାସ୍ଥ୍ୟସେବା ଓ ରାଜ୍ୟର ବିକାଶ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଓଡିଶାବାସୀ ସବୁବେଳେ ମନେ ରଖିବେ ବୋଲି ସେମାନେ କହିଥିଲେ। 

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଏସକେୱାଇ ର ମୁଖ୍ୟ କାର୍ଯ୍ୟନିର୍ବାହୀ ଧନ୍ୟବାଦ ଅର୍ପଣ କରିଥିଲେ।





Advertisment

You Might Also Like