+91-7008748499 / 9438844229

dkm3773@gmail.com / bpindialive@gmail.com

Saturday 11th January 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ହାତ ଧରିଲେ ପୂର୍ବତନ ବିଧାୟକ ସୁଦର୍ଶନ ଜେନା ଓ ବରିଷ୍ଠ ସାମ୍ବାଦିକ ଜଗଦାନନ୍ଦ ପ୍ରଧାନ

11-Mar-2024




ଭୁବନେଶ୍ୱର,୧୧.୩.୨୪(ଭାପ୍ର) : ଦିଲ୍ଲୀରୁ ପଲ୍ଲୀ ପର୍ଯ୍ୟନ୍ତ ବିଜେଡ଼ି ଓ ବିଜେପିର ମେଂଟ ଚର୍ଚ୍ଚା ରାଜ୍ୟ ରାଜନୀତିକୁ ସରଗରମ କରୁଥିବାବେଳେ ଓଡ଼ିଶାରେ କଂଗ୍ରେସର ହାତମୁଠା ଟାଣ ହେବାରେ ଲାଗିଛି । ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ଏବଂ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡ଼ି ଛାଡ଼ି କଂଗ୍ରେସରେ ଯୋଗଦେଇଛନ୍ତି ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ।

ଶ୍ରୀ ଜେନା କଂଗ୍ରେସର ନୀତି ଆଦର୍ଶରେ ଅନୁପ୍ରାଣିତ ହେବାସହ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ପ୍ରଭାବିତ ହୋଇ ଦେଶର ସାମ୍ପ୍ରଦାୟୀକ ଶକ୍ତି ବିରୋଧରେ ଲଢ଼େଇକୁ ଶାଣିତ କରିବାପାଇଁ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ କଂଗ୍ରେସ ଦଳରେ ଯୋଗଦେଇଛନ୍ତି ବୋଲି ନିଜର ପ୍ରତିକ୍ରିୟାରେ ପ୍ରକାଶ କରିଥିଲେ ।

ସେହିପରି ଓଡିଶା ଓ ଜାତୀୟ ଗଣମାଧ୍ୟମରେ ଦୀର୍ଘ ୩୦ ବର୍ଷ ଧରି କାର୍ଯ୍ୟରତ ବରିଷ୍ଠ ସାମ୍ବାଦିକ ଜଗଦାନନ୍ଦ ପ୍ରଧାନ ଆଜି କଂଗ୍ରେସରେ ବିଧିବଦ୍ଧ ଭାବେ ଯୋଗଦେଲେ । ଶ୍ରୀ ପ୍ରଧାନ ନକ୍ଷତ୍ର ନ୍ୟୁଜରେ ଡେପୁଟି ଏଡିଟର, ଇଟିଭି ଓଡ଼ିଆ, ପିଟିଆଇ, ଟାଇମ୍ସ ଅଫ ଇଣ୍ଡିଆ ଆଦି ବିଭିନ୍ନ ଗଣମାଧ୍ୟମରେ ବିଭିନ୍ନ ଗୁରୁଦାୟୀତ୍ୱ ବହନ କରି ମିଡିଆ ଜଗତରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ଅନୁଗୁଳ ଜିଲ୍ଲାର ଲୋକମାନଙ୍କ ସମସ୍ୟାକୁ ସାମନାକୁ ଆଣିବା ସହ ନିଜକୁ ସମାଜ ସେବାରେ ନିଜକୁ ନିୟୋଜିତ କରିଥିଲେ ଶ୍ରୀ ପ୍ରଧାନ ।

ଶ୍ରୀ ସୁଦର୍ଶନ ଜେନାଙ୍କ ସମର୍ଥକ ରେମୁଣା ବ୍ଲକ ବିଜେଡ଼ି କମିଟି ସଦସ୍ୟ କମଳଲୋଚନ ଆଚାର୍ଯ୍ୟ, ସେକ ରାଜୁ, ଅର୍ନ୍ତଜ୍ୟାମି ପାଲ, ବିରେନ୍ଦ୍ର ପଣ୍ଡା, ପୂର୍ବତନ ୱାର୍ଡସଭ୍ୟ ସେକ କଲିମ, ସେକ ମୁସଲିମ, ମଲ୍ଲିକ ଜଲ୍ଲାର, ରଫିକ ଖାନ, ଆଶିଷ ଦିପାଙ୍କର ମିଶ୍ର, ପ୍ରଶାନ୍ତ କର, ଅଜିତ କୁମାର ଦାସ, ସେକ ମୁନା, ପ୍ରମୋଦ ତ୍ରିପାଠୀ, ସେକ ମନାନ, ମୁସଲିମ ଖାନ, ଶେଖ ଆଲ୍ଲା ଉଦ୍ଦିନ, ହରିଣମୟ ମିଶ୍ର, ଅସିତ ବାରିକ, ମହେନ୍ଦ୍ର ମହାନ୍ତିଙ୍କ ସମେତ ଶତାଧିକ ବିଜେଡ଼ି କର୍ମୀ କଂଗ୍ରେସରେ ଯୋଗଦେଇଥିଲେ ।

ଏହି ମିଶ୍ରଣପର୍ବ କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ପିସିସି ଇସ୍ତାହାର କମିଟିର ମୁଖ୍ୟ ପଂଚାନନ କାନୁନଗୋ, ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଡ. ବିଶ୍ୱରଞ୍ଜନ ମହାନ୍ତି, ବାଲେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ସଂଜୀବ ଗିରି, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ, ପିସିସି ମୁଖପାତ୍ର ମନୋରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।  





Advertisment

You Might Also Like