+91-7008748499 / 9438844229

dkm3773@gmail.com / bpindialive@gmail.com

Tuesday 8th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

କେନ୍ଦୁଝରର ଦୁଇ ପୂର୍ବତନ ସାଂସଦ ବିଜେଡି ଛାଡି କଂଗ୍ରେସର ହାତ ଧରିଲେ

15-Mar-2024



ଭୁବନେଶ୍ୱର, ତା. ୧୫/୦୩ ରିଖ : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସର ଶକ୍ତି ବୃଦ୍ଧି ହେବାରେ  ଲାଗିଛି । ପ୍ରତ୍ୟେକ ଦିନ ମିଶ୍ରଣ ପର୍ବ ଦ୍ୱାରା ଅନେକ ବିଜେଡ଼ି, ବିଜେପିର ନେତା ଓ କର୍ମୀମାନେ କଂଗ୍ରେସରେ  ସାମିଲ ହେଉଛନ୍ତି । ଏହିକ୍ରମରେ ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ  କାର୍ଯ୍ୟକ୍ରମରେ ରାଜ୍ୟ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର, ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକଙ୍କ  ଉପସ୍ଥିତିରେ ୨୦୦୯ ରୁ ୨୦୧୪ କେନ୍ଦୁଝର ସଂସଦୀୟ କ୍ଷେତ୍ରର ସାଂସଦ ଯଶୋବନ୍ତ ନାରାୟଣ ସିଂ ଲାଗୁରି  ଏବଂ ୨୦୧୪ ରୁ ୨୦୧୯ କେନ୍ଦୁଝର ସାଂସଦ ଶକୁନ୍ତଳା ଲାଗୁରୀ ବିଧିବଦ୍ଧ ଭାବେ ଶତାଧିକ ସମର୍ଥକଙ୍କ ସହ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି

। କଂଗ୍ରେସ ଦଳର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହେବା ସହ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ପ୍ରଭାବିତ ହୋଇ ତାଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରି ଦଳରେ ଯୋଗ ଦେଇଛନ୍ତି ବୋଲି ଉଭୟ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ଏବେ ବିଜୁ ଜନତା ଦଳ ଏକ ରାଜନୈତିକ ଦଳର ସଂଜ୍ଞା ହରାଇ ବସିଛି । ଓଡ଼ିଶାରେ ଓଡ଼ିଆ ମାନଙ୍କ ଆତ୍ମ ସମ୍ମାନ ଓ ସ୍ୱାଭିମାନ କ୍ଷୁର୍ଣ୍ଣ  ହେଉଛି, ଅଣ ଓଡ଼ିଆଙ୍କ କବ୍‌ଜାରେ ଏବେ ବିଜେଡ଼ି ଓ ରାଜ୍ୟ ସରକାର । କଂଗ୍ରେସର ଓଡ଼ିଶା ଓ ଓଡ଼ିଆ ଅସ୍ମିତାର ଲଢ଼େଇରେ ଆମେ ସାମିଲ ହୋଇ ଓଡ଼ିଶାବାସୀଙ୍କ ହକ୍ ଓ ଅଧିକାର ପାଇଁ କାର୍ଯ୍ୟ କରିବୁ ବୋଲି 
ଉଭୟ କଂଗ୍ରେସ ଦଳରେ ସାମିଲ ହୋଇ ନିଜର ବକ୍ତବ୍ୟ ରଖିଥିଲେ । 

ଆଜିର ଏହି ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ରାଜୀବ ଗାନ୍ଧୀ ପଂଚାୟତରାଜ ସଂଗଠନ ମୁଖ୍ୟ ମିନାକ୍ଷୀ ନଟରାଜନ୍‌, ପୂର୍ବତନ ପସି ିସି ସଭାପତି ପ୍ରସାଦ ହରିଚନ୍ଦନ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟନାୟକ,ଇସ୍ତାହାର କମିଟି ଅଧ୍ୟକ୍ଷ ପଂଚାନନ କାନୁନ୍‌ଗୋ, ଏଆଇ ସିସି ଗଣମାଧ୍ୟମ ବିଭାଗର ପ୍ରଭାରୀ ବବିତା ଶର୍ମା, ଅନନ୍ତ ପ୍ରସାଦ ସେଠୀ, ରାଜ୍ୟ ମହିଳା କଂଗ୍ରେସ 
ସଭାନେତ୍ରୀ ମିନାକ୍ଷୀ ବାହିନୀପତି, ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର, ରାଜ୍ୟ ଛାତ୍ର କଂଗ୍ରେସ ସଭାପତି- ୟାସିର ନୱାଜ, ସେବାଦଳ ମୁଖ୍ୟ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ବିଶ୍ୱଜିତ୍ 
ଦାସ ଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । 





Advertisment

You Might Also Like