+91-7008748499 / 9438844229

dkm3773@gmail.com / bpindialive@gmail.com

Tuesday 8th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ଓଡିଶାରେ ୪ଟି ପର୍ଯ୍ୟାୟରେ ହେବ ଭୋଟ୍ ଗ୍ରହଣ,ମେ ୧୩ରୁ ଜୁନ୍ ୧ ମଧ୍ୟରେ ୪ ଟି ପର୍ଯ୍ୟାୟରେ ମତଦାନ

16-Mar-2024



ଭୁବନେଶ୍ୱର,୧୬.୩.୨୪(ଭାପ୍ର): ନିର୍ବାଚନ ପାଇଁ ବାଜିଛି ବିଗୁଲ ।ଏହି ଅବସରରେ ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଶନିବାର ତାରିଖ ଭୋଟ ଗ୍ରହଣ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ
କମିଶନ । ରାଜ୍ୟରେ ୪ଟିପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ । ରାଜ୍ୟରେ ମେ’ ୧୩ ,ମେ ୨୦ , ମେ ୨୫ ଓ ଜୁନ୍ ୧ ତାରିଖରେ ୪ଟି ପର୍ଯ୍ୟାୟରେ ଭୋଟ୍‌
ଗ୍ରହଣ ହେବ ଓ ଜୁନ୍ ୪ତାରିଖରେ ଭୋଟ ଗଣତି ହେବ । ଏହାସହ ଆଜିଠୁ ସମଗ୍ର ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ବିଧି ଲାଗୁ ହେଲା  ବୋଲି  ନିର୍ବାଚନ କମିଶନ  ସୂଚନା ଦେଇଛନ୍ତି ।


ଶନିବାର ଅପରାହ୍ନରେ ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ । ଓଡ଼ିଶାରେ ଚତୁର୍ଥ, ପଂଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ।

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‌ ମେ ୧୩ ରେ ୪ଟି ଲୋକସଭା ଆସନ ଯଥା- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା
ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ ।ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ ୧୮ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏପ୍ରିଲ ୨୫ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ ରହିଛି । ଏପ୍ରିଲ ୨୬ରେ ନାମାଙ୍କନ ପତ୍ର ଯାଂଚ, ଏପ୍ରିଲ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ମେ’ ୧୩ତାରିଖରେ ହେବ।

ସେହିପରି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମେ ୨୦ରେ ୫ଟି ଲୋକସଭା
ଆସନ ଯଥା- ବରଗଡ଼,ସୁନ୍ଦରଗଡ଼,ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୩୫ଟି ବିଧାନସଭା
ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ଏପ୍ରିଲ ୨୬ତାରିଖରେ
ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା
ଆରମ୍ଭ ହେବ । ମେ’ ୩ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ
ରହିଛି । ମେ’ ୪ରେ ନାମାଙ୍କନ ପତ୍ର ଯାଂଚ, ମେ’ ୬ରେ ପ୍ରାର୍ଥୀପତ୍ର
ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ମେ’ ୨୦ତାରିଖରେ ହେବ ।


ସେହିପରି ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା
ଆସନ ଯଥା- ସମ୍ବଲପୁର,କେନ୍ଦୁଝର, ଢେଙ୍କାନାଳ,କଟକ, ପୁରୀ ଓ
ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ ।ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ
୨୯ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ମେ’ ୬ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ ରହିଛି ।
ମେ’ ୭ରେ ନାମାଙ୍କନ ପତ୍ର ଯାଂଚ, ମେ’ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ମେ’ ୨୫ତାରିଖରେ ହେବ ।


ସେହିପରି ସେହିପରି ରାଜ୍ୟରେ ଶେଷ ପର୍ଯ୍ୟାୟ ଅର୍ଥାତ୍ ଜୁନ୍‌ ୧ରେ ୬ଟି ଲୋକସଭା ଆସନ ଯଥା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା
ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ମେ’ ୭ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ
ପ୍ରକ୍ରିୟା ଆରମ୍ଭ ହେବ । ମେ’ ୧୪ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ ରହିଛି ।ମେ’ ୧୫ରେ ନାମାଙ୍କନ ପତ୍ର ଯାଂଚ, ମେ’ ୧୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଜୁନ
୧ତାରିଖରେ ହେବ।





Advertisment

You Might Also Like