+91-7008748499 / 9438844229

dkm3773@gmail.com / bpindialive@gmail.com

Tuesday 8th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ବିଜେପିର ରାଜ୍ୟ ନିର୍ବାଚନ କମିଟି ବୈଠକ

16-Mar-2024



ଭୁବନେଶ୍ୱର,୧୬.୩.୨୪(ଭାପ୍ର) :- ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ‘ରାଜ୍ୟ ନିର୍ବାଚନ କମିଟି ବୈଠକ’ ଅନୁଷ୍ଠିତ ହୋଇଯାଇଛି । ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଶ୍ରୀ ବିଶେଶ୍ୱର ଟୁଡୁ; ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର ଓ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି; ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ରାଜ୍ୟ ନିର୍ବାଚନ କମିଟିର ସଦସ୍ୟ ସାଂସଦ ଜୁଏଲ ଓରାମ, ସୁରେଶ ପୁଜାରୀ, ବସନ୍ତ ପଣ୍ଡା, ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଓ କେ.ଭି.ସିଂହଦେଓ, ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସୁରମା ପାଢୀ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ୱର୍ଯ୍ୟା ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ । ଆଜି ପୂର୍ବାହ୍ନରେ ପ୍ରଥମେ ‘ରାଜ୍ୟ କୋର କମିଟି’ ଏବଂ ପରେ ‘ରାଜ୍ୟ ନିର୍ବାଚନ କମିଟି ବୈଠକ’ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଦୀର୍ଘ ସମୟ ଧରି ବିସ୍ତୃତ ଆଲୋଚନା ହୋଇଯାଇଛି । ଏହାର ସବିଶେଷ ରିପୋର୍ଟ କେନ୍ଦ୍ରୀୟ ସଂସଦୀୟ ବୋର୍ଡକୁ ପଠାଯିବ । ଏଥି ସହ ମୋଦି ସରକାରଙ୍କ ଗତ ୧୦ ବର୍ଷର ଉପଲବ୍ଧତାକୁ ଘରେ ଘରେ ପହଂଚାଇବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳତା ସଂପର୍କରେ ଲୋକଙ୍କଠାରୁ ମତ ସଂଗ୍ରହ କରାଯିବ । ‘ବିକଶିତ ଭାରତ’ ଗଠନ ପାଇଁ ଜନସହଭାଗିତା ଓ ଜନସହଯୋଗ ପାଇଁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦିଜୀ ଦେଇଥିବା ଚିଠିକୁ ରାଜ୍ୟର ୧ କୋଟି ପରିବାର ପାଖରେ ପହଞ୍ଚାଇବା ପାଇଁ ବିସ୍ତୃତ ଯୋଜନା କରାଯାଇଛି ।

 





Advertisment

You Might Also Like