+91-7008748499 / 9438844229

dkm3773@gmail.com / bpindialive@gmail.com

Sunday 22nd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

27-Mar-2024



ଭୁବନେଶ୍ୱର,୨୭.୩.୨୪(ଭାପ୍ର)- ଆଜି ସନ୍ଧ୍ୟାରେ ନବନିଯୁକ୍ତ ପ୍ରଚାର କମିଟି ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀଯୁକ୍ତ ଭକ୍ତ ଚରଣ ଦାସଙ୍କୁ ଭୁବନେଶ୍ୱର ବିମାନ ବନ୍ଦର ଠାରୁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରାରେ ଅଣାଯାଇଥିଲା । ପ୍ରଦେଶ ଯୁବ କଂଗ୍ରେସ ଓ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ବିଶାଳ ମୋଟର ସାଇକେଲ ଶୋଭାଯାତ୍ରା କରାଯାଇଥିଲା । ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ଏବଂ ପ୍ରଦେଶ କଂଗ୍ରେସ ପକ୍ଷରୁ ଶ୍ରୀଯୁକ୍ତ ଦାସଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।

ବିମାନ ବନ୍ଦର ଛକ, ଶିଶୁଭବନ ଛକ, ରାଜମହଲ ଛକ ଓ ମାଷ୍ଟରକ୍ୟାଂଟିନ ଛକଠାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା କଂଗ୍ରେସ ନେତୃବର୍ଗ ଓ କର୍ମୀ ଶ୍ରୀଯୁକ୍ତ ଦାସଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ । ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପଂହଚିଲାପରେ ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ସୁଭାଷ ଚନ୍ଦ ବୋଷ, ଆମ୍ବେଦକର, ଇନ୍ଦିରା ଗାନ୍ଧୀ, ମଧୁ ବାବୁ, ପଣ୍ଡିତ ଗୋପବନ୍ଧୁ ଦାସ ଓ କୃଷ୍ଣଚନ୍ଦ୍ର ଗଜପତି ସମେତ ରାଷ୍ଟ୍ରନାୟକଙ୍କୁ ଭକ୍ତପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । 

ସମବେତ ହଜାର ହଜାର କଂଗ୍ରେସ କର୍ମୀଙ୍କ ଉପସ୍ଥିତିରେ ଶ୍ରୀ ଦାସ କହିଥିଲେ ଯେ ଆସନ୍ତା ଦିନରେ ରାଜ୍ୟରେ କଂଗ୍ରେସ ସରକାର ଗଠନ ହେବ । ଆସନ୍ତା ୨୦ ଦିନ ମଧ୍ୟରେ ସାରା ରାଜ୍ୟରେ କଂଗ୍ରେସର ପ୍ରଚାର ଅତି ଦୃତ ଗତିରେ ଆଗେଇଯିବ । ଓଡ଼ିଶାର ଜନସାଧାରଣ ଉଭୟ ବିଜେଡ଼ି ଓ ବିଜେପିର ମିଳିତ ସରକାରଙ୍କୁ ୨୫ ବର୍ଷ ଧରି ଏ ରାଜ୍ୟରେ ଶାସନ କରିବାର ସୁଯୋଗ ଦେଲେ । କିନ୍ତୁ ଏ ରାଜ୍ୟ କୌଣସି କ୍ଷେତ୍ରରେ ଆଜି ସ୍ୱାବଲମ୍ବି ହୋଇପାରିଲା ନାହିଁ । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଅତ୍ୟନ୍ତ ଉତ୍କଟ । ରାଜ୍ୟର ମହିଳାମାନେ ଆଦୌ ସୁରକ୍ଷିତ ନୁହନ୍ତି । ବେକାରୀ ସମସ୍ୟା ଆଜି ଶୀର୍ଷ ସ୍ତରରେ ପଂହଚିଛି । ଲକ୍ଷ ଲକ୍ଷ ଲୋକ ଦାଦନ ଖଟିବାପାଇଁ ବାହାରକୁ ଯାଉଛନ୍ତି ।

ଦୀର୍ଘ ୨୪ ବର୍ଷ ଭିତରେ ରାଜ୍ୟର କୃଷକମାନଙ୍କର ଆୟକୁ ବୃଦ୍ଧି କରାଯାଇ ପାରିଲାନାହିଁ । ରାଜ୍ୟର ଆଦିବାସୀ ଜିଲ୍ଲାମାନଙ୍କରେ ସ୍ୱାସ୍ଥ୍ୟ ସେବାଠାରୁ ଆରମ୍ଭ କରି ଶିକ୍ଷା ପାନୀୟ ଜଳ, ରୋଜଗାର ସମସ୍ୟା ଅତ୍ୟନ୍ତ ଗମ୍ଭୀର ସ୍ଥିତିରେ । କିନ୍ତୁ ଏ ସରକାର କେବଳ ଗଣମାଧ୍ୟମରେ ବିକାଶ ହୋଇଛି ବୋଲି କହି ବାହା ବାହା ନେବାକୁ ପଛାଉନାହାନ୍ତି । ଓଡ଼ିଶାର ଜନସାଧାରଣ ଆଜି ସଜାଗ ହୋଇଛନ୍ତି ଏମାନଙ୍କ ସମ୍ପର୍କ କେବଳ ଓଡ଼ିଶାର ସମ୍ପତିକୁ ଲୁଟ କରିବାପାଇଁ କିନ୍ତୁ ଓଡ଼ିଶାର ବିକାଶ ଏମାନଙ୍କ ଚିନ୍ତାରେ ନାହିଁ । ଆଉ କେତେବର୍ଷ ଶାସନ କଲାପରେ ଓଡ଼ିଶାର ମୌଳିକ ସମସ୍ୟାକୁ ସମାଧାନ କରାଯାଇପାରିଥାନ୍ତା ।

ଓଡ଼ିଶାର ଲୋକଙ୍କୁ ଭୂଆଁ ବୁଲାଇବାର ଯୁଗ ଶେଷ ହେଲା । ମୁଁ ଆପଣମାନଙ୍କୁ ପ୍ରତିଶ୍ରୁତି ଦେଉଛି ଓଡ଼ିଶାରେ କଂଗ୍ରେସ ସରକାର ପ୍ରତିଷ୍ଠା ହେବ । ଯେଉଁମାନଙ୍କର କଂଗ୍ରେସ ନୀତି ଓ ଆଦର୍ଶ ଉପରେ ବିଶ୍ୱାସ ଅଛି ସେମାନେ କଂଗ୍ରେସ ଦଳକୁ ଫେରିଆସନ୍ତୁ ।

ଆଜିର କାର୍ଯ୍ୟକ୍ରମରେ ପିସିସି ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ, ରମେଶ ଜେନା, ନବଜ୍ୟୋତି ପଟ୍ଟନାୟକ, ମାନସ ଚୌଧୁରୀ, ନକୁଳ ନାୟକ, ବିଶ୍ୱଜିତ ଦାଶ, ରଣଜିତ ପାତ୍ର, ୟାସିର ନୱାଜ, ଅମିୟ ପାଣ୍ଡବ, ବଳଭଦ୍ର ମାଝୀ, ଜାନକୀ ବଲ୍ଲଭ ପଟ୍ଟନାୟକ, ପ୍ରକାଶ ମିଶ୍ର, ସୁବ୍ରତ ମହାପାତ୍ର, ହଳଧର ସେଠୀ, ରଜନୀ ମହାନ୍ତି, ନିପନ ଦାସ, ସଂକୁନା କହଁର, ଶ୍ରୀୟାସ୍ମିତା ପଣ୍ଡା, ସୁଦର୍ଶନ ଦାସ, ଦୀପକ ମହାପାତ୍ର, ପଦ୍ମାକର ଗୁରୁ, ଶୁଭଦ୍ରା ମିଶ୍ର, ସ୍ନେହା ଜେନା, ପ୍ରଶାନ୍ତ ଚମ୍ପତି, ମୋହନ ଜେନା, ଜୟକୃଷ୍ଣ ସୁବୁଦ୍ଧି, ମନୋରଞ୍ଜନ ରାଉତରାୟ, ନିହାର ବେହେରା, ଶାନ୍ତାୟନ ମିଶ୍ର, ଶିଶିର ରଥ, ବଟକୃଷ୍ଣ ରାଉତରାୟ, ବିଂରଚି ବାରିକ, ଅମରେଶ ପରିଡ଼ା, ବିକାଶ ପଶୁପାଳକ, ବଳରାମ ନନ୍ଦ, ସୁଦିପ ସାମଲ, ମହମ୍ମଦ ପରଭେଜନ, ସୁନିଲ ସାହୁ ଗାନ୍ଧୀ, କାର୍ତିକେଶ୍ୱର କାଣ୍ଡି, ଉଦ୍ଦିତ ପ୍ରଧାନ, ସ୍ପନ୍ଦନ ସ୍ୱାଇଁ, ସାଗର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।





Advertisment

You Might Also Like