+91-7008748499 / 9438844229

dkm3773@gmail.com / bpindialive@gmail.com

Monday 23rd December 2024

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜ୍ୟ

ଯୁବ ସମାଜ ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ସ୍ୱୟମ’ - ସ୍ଵତନ୍ତ୍ର ଯୁବ ଉଦ୍ୟମୀ

12-Feb-2024



ଭୁବନେଶ୍ୱର ତା.୧୨.୨.୨୪ ରିଖ(ଭାରତ ପ୍ରସାରଣ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର  ସହରାଞ୍ଚଳ  ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
   ‘ସ୍ୱୟମ’ ହେଉଛି ସ୍ୱତନ୍ତ୍ର ଯୁବ ଉଦ୍ୟମୀ ( Swatantra Yuba Udyami) । ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନଙ୍କୁ ବ୍ୟବସାୟ କରିବା ପାଇଁ ୧ ଲକ୍ଷ ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ବିନା ସୁଧରେ ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ  ଉଭୟ  ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବକ ଯୁବତୀମାନଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏଥି ପାଇଁ ରାଜ୍ୟ ସରକାର ତାଙ୍କ ନିଜ ବଜେଟରୁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରିବେ।

● ଗ୍ରାମାଞ୍ଚଳ ଓ  ସହରାଞ୍ଚଳ ର ଯୁବକ ଯୁବତୀମାନଙ୍କ ପାଇଁ ବ୍ୟବସାୟରେ ବିପୁଳ ସୁଯୋଗ

● ବ୍ୟବସାୟ ପାଇଁ ୧୮ ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ 

● ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣ

● ରାଜ୍ୟ ସରକାର ଖର୍ଚ୍ଚ କରିବେ ୪୪୮ କୋଟି ଟଙ୍କା, ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ ୧ ଲକ୍ଷ ଯୁବକ ଯୁବତୀ

● 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଯୁବକ ଯୁବତୀମାନେ ଏ ସଂପର୍କରେ ପ୍ରସ୍ତାବ ଦେଇଥିଲେ, 

● ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ଏ ସଂପର୍କିତ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ପାଇଁ ଯାଇଥିଲା 


   

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଯୁବକ ଯୁବତୀମାନେ ବ୍ୟବସାୟ ବାଣିଜ୍ୟ ପାଇଁ ସରକାରଙ୍କ ସ୍ୱତନ୍ତ୍ର ସହାୟତା ପାଇଁ ପ୍ରସ୍ତାବ ଦେଇଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ଏ ସଂପର୍କିତ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ପାଇଁ ଯାଇଥିଲା ଏବଂ ଆଜି ଏହା ଅନୁମୋଦନ ଲାଭ କରିଛି।
   ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନେ ସାମିଲ ହୋଇପାରିବେ। ଅନୁସୂଚିତ ଜାତି ଜନଜାତି ଓ ଭିନ୍ନକ୍ଷମ ବର୍ଗର ପିଲାଙ୍କ ପାଇଁ ଏହି ବୟମ ସୀମା ୧୮ ରୁ ୪୦ ବର୍ଷ ।    
    ଆବେଦନକାରୀଙ୍କ ପରିବାର କାଳିଆ କିମ୍ବା BSKY ଯୋଜନାରେ ସାମିଲ ହୋଇଥିବେ କିମ୍ବା ସେମାନଙ୍କ ବାର୍ଷିକ ପାରିବାରିକ ରୋଜଗାର ୨ ଲକ୍ଷରୁ କମ ହେବା ଆବଶ୍ୟକ। ପରିବାରର ଅର୍ଥ ଏଠାରେ ହେଉଛି ଆବେଦନକାରୀ ଓ ତାଙ୍କ ପତି ବା ପତ୍ନୀ। ଆବେଦନକାରୀଙ୍କର ଉଦ୍ୟମୀ ପଞ୍ଜିକୃତ କିମ୍ବା ଉଦ୍ୟମୀ ସହାୟତା ନମ୍ବର ରହିବା ଆବଶ୍ୟକ। 
   ବ୍ୟାଙ୍କ କିମ୍ବା ଅନ୍ୟ କୌଣସି ଆର୍ଥିକ ଅନୁଷ୍ଠାନରୁ ଋଣ ନେଇ defaulter ହୋଇଥିବା କିମ୍ବା କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ କୌଣସି ଯୋଜନାର ବକୈୟା ଋଣ ଥିଲେ, ଆବେଦନକାରୀଙ୍କୁ ଏହି ଯୋଜନାର ସୁବିଧା ମିଳିବ ନାହିଁ। କେନ୍ଦ୍ର ଓ ରାଜ୍ୟ ସରକାର କିମ୍ବା କୌଣସି ସରକାରୀ ଉଦ୍ୟୋଗର କର୍ମଚାରୀ ବା ସାମ୍ବିଧାନିକ ସଂସ୍ଥାର କର୍ମଚାରୀ ଏବଂ ତାଙ୍କ ପରିବାରଙ୍କୁ ଏହି ଋଣ ମିଳିବ ନାହିଁ। ପରିବାରର ଜଣେ ସଦସ୍ୟ ଏହି ସୁବିଧା ନେଇଥିଲେ ଅନ୍ୟ ସଦସ୍ୟ ଏହା ପାଇପାରିବେ ନାହିଁ। 
   ଏହି ଯୋଜନାରେ ରାଜ୍ୟ ସରକାର ଅଣୁ ଓ କ୍ଷୁଦ୍ର ବ୍ୟବସାୟୀମାନଙ୍କ ପାଇଁ ଉପଲବ୍ଧ 85 ପ୍ରତିଶତ ଋଣ ଗ୍ୟାରେଣ୍ଟି ବ୍ୟତିତ (Credit Guarantee Fund Trust for Micro and Small Enterprises (CGTMSE)) ଆହୁରି ୧୫ ପ୍ରତିଶତ ଋଣ ଗ୍ୟାରେଣ୍ଟି ପ୍ରଦାନ କରିବେ। ରାଜ୍ୟ ସରକାର ଋଣର ସମସ୍ତ ସୁଧ ଭାର ବହନ କରିବେ। CGTMSE ର ବାର୍ଷିକ ଗ୍ୟାରେଣ୍ଟି ଦେୟ ମଧ୍ୟ ରାଜ୍ୟ ସରକାର ବହନ କରିବେ। 
   ଏଥିପାଇଁ ଆବେଦନକାରୀମାନଙ୍କୁ ଋଣ ପାଇଁ କୌଣସି ବନ୍ଧକ ବା processing fee ଦେବାକୁ ପଡିବ ନାହିଁ। ୪ ବର୍ଷରେ ଆବେଦନକାରୀମାନେ ମୂଳ ଋଣ ସୁଝି ପାରିବେ।





Advertisment

You Might Also Like