+91-7008748499 / 9438844229

dkm3773@gmail.com / bpindialive@gmail.com

Monday 7th July 2025

| | |

Breaking News

ଦେବଗଡ଼ରେ ମଞ୍ଚସ୍ଥ ହେଲା ପଞ୍ଚମବେଦ ର ନାଟକ ଅବସର    (15-Dec-2024)       ||      କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ   (03-May-2024)       ||      ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କଂଗ୍ରେସର ସିଦ୍ଧାର୍ଥ ସ୍ୱରୂପ ଦାଶ   (20-Apr-2024)       ||      ନିଶା ମହାରଣାଙ୍କ ବିରୁଦ୍ଧରେ ମହିଳା ଥାନାରେ ଲିଖିତ ଅଭିଯୋଗ କଲା ମହିଳା କଂଗ୍ରେସ   (30-Mar-2024)       ||      କ୍ଷମତାକୁ ଆସିଲେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସମାନତା ଆଣିବାକୁ ଜାତିଭିତିକ ଜନଗଣନା କରିବ କଂଗ୍ରେସ   (30-Mar-2024)       ||      କଂଗ୍ରେସ ସରକାରକୁ ଆସିଲେ ମହିଳା ନ୍ୟାୟ ପାଇବେ   (29-Mar-2024)       ||      ଅଡିଓ ଟେପରେ ଥିବା ସ୍ୱର ବିଜୁ ଜନତା ଦଳର କେଉଁ ବିଧାୟକଙ୍କର ତାହା କମିଶନରେଟ ସ୍ପଷ୍ଟ କରୁ - ଯୁବ କଂଗ୍ରେସ   (29-Mar-2024)       ||      ଆପଣମାନେ ଖୁସି ତ ର ଓଡ଼ିଶାବାସୀ ଜବାବ ଦେବେ ଆମେ କେହି ଖୁସି ନାହୁଁ, ଏଠି ସମସ୍ତେ ଦୁଃଖି   (28-Mar-2024)       ||      ନବନିଯୁକ୍ତ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା   (27-Mar-2024)       ||      ବିଜେଡି ମିଡିଆ ସେଲ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ    (27-Mar-2024)       ||      ବିଜେଡି ପାର୍ଥି ତାଲିକା ଘୋଷଣା   (27-Mar-2024)       ||      ନୟାଗଡ଼ ବିଜେପି ବିଧାୟିକା ପାର୍ଥି ଇରାନୀ ରାୟଙ୍କ ବିଜେଡିରେ ଯୋଗଦାନ   (24-Mar-2024)       ||      କଂଗ୍ରେସ ସରକାର ଗଢ଼ିଲେ ସମସ୍ତ ଭୂମିହୀନ ଭୂମି ସହ ବାସଗୃହ ପାଇବେ   (24-Mar-2024)       ||      ଘରୋଇ ଡାକ୍ତରଖାନାର ସରଳ ପଞ୍ଜୀକରଣ ଏବଂ ବିଏସକେୱାଇ ଯୋଜନାର ସରଳୀକରଣ ଦାବି କଲା ଏଓପିଏମଇଏଫ   (24-Mar-2024)       ||      ଛାତ୍ର ବିଜେଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ   (24-Mar-2024)       ||      ଭୁବନେଶ୍ୱରରୁ ଆଉଥରେ ଅପରାଜିତା,କେନ୍ଦ୍ରାପଡ଼ାରୁ ବୈଜୟନ୍ତ,ସମ୍ବଲପୁରରୁ ଧର୍ମେନ୍ଦ୍ର   (24-Mar-2024)       ||      କେନ୍ଦ୍ରାପଡାରେ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚନ   (23-Mar-2024)       ||      ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଗ୍ୟାରେଂଟି କାର୍ଡ ଉନ୍ମୋଚିତ   (23-Mar-2024)       ||      BJD is the 5th richest regional political party which has received more than 1000 cr through Electoral Bonds   (22-Mar-2024)       ||      ଚାନ୍ଦା ଆଦାୟ କରିବାରେ ବିଜୁ ଜନତା ଦଳ ପଞ୍ଚମ ବୃହତ ଆଞ୍ଚଳିକ ଦଳ – କଂଗ୍ରେସ   (22-Mar-2024)       ||     

HOME   ରାଜନୀତି

ପିସିସି ସଭାପତିଙ୍କ ଗୁରୁମନ୍ତ୍ର ଜିଲ୍ଲା କଂଗ୍ରେସ ସଭାପତିଙ୍କୁ

18-Feb-2024



ଭୁବନେଶ୍ୱର, ତା. ୧୮.୦୨ : ଚଳିତ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ କ୍ରିୟାଶୀଳ ଓ ମଜଭୁତ କରିବା ପାଇଁ ରାଜ୍ୟର ସମସ୍ତ ସାଂଗଠନିକ ଜିଲ୍ଲା ସଭାପତିମାନଙ୍କ ସହ ବୈଠକ କରି ଗୁରୁମନ୍ତ୍ର ଦେଇଛନ୍ତି ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ । ଆଗାମୀ ନିର୍ବାଚନ ପରିପ୍ରେକ୍ଷିରେ ଦଳୀୟ ରଣନୀତି ଓ ରୂପରେଖ ପ୍ରସ୍ତୁତ କରିବା ପାଇଁ ଶ୍ରୀ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି । ପ୍ରଗମନ ସମୀକ୍ଷା କରାଯିବା ସହ ଏହାର ଚୂଡାନ୍ତ ରୂପରେଖ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଜିଲ୍ଲା ସ୍ତରରୁ ବୁଥ ସ୍ତର ପର୍ଯ୍ୟନ୍ତ ସଂଗଠନକୁ ମଜଭୁତ କରିବା ପାଇଁ ସ୍ୱତନ୍ତ୍ର ଖସଡ଼ା ପ୍ରସ୍ତୁତ କରିବା, ଜିଲ୍ଲାର ସାଂଗଠନିକସ୍ଥିତି ସମୀକ୍ଷା କରି ତୁରନ୍ତ ସମସ୍ତ ସାଂଗଠନିକ ପଦବୀ ପୂରଣ କରିବା ସହ ଆଗାମୀ ନିର୍ବାଚନରେ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମକୁ କ୍ରିୟାଶୀଳ କରିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ 
ଦେଇଛନ୍ତି । 
   ରାଜ୍ୟରେ ଭାଗିଦାରୀରେ ଚାଲୁଥିବା ସରକାରଙ୍କର କୁଶାସନ ବିରୋଧରେ ସାଧାରଣ ଲୋକଙ୍କୁ ସଜାଗ ଓ ସଚେତନ କରିବା ପାଇଁ କଂଗ୍ରେସର ଗଣମାଧ୍ୟମ ବିଭାଗର ଭୂମିକା ଗୁରୁତ୍ୱପୂର୍ଣ୍ଣ ।ତେଣୁ ଜିଲ୍ଲା ସ୍ତରରେ ଗଣମାଧ୍ୟମ ବିଭାଗକୁ ଅଧିକ ସକ୍ରିୟ କରିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଜନବିରୋଧି ନୀତି, ଦୁର୍ନୀତି ଓ ଅନ୍ୟାୟ ବିରୁଦ୍ଧରେ ଲଢ଼େଇ ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ ହୋଇଥିଲା । ସରକାରଙ୍କ ଅସଲ ମୁଖା ରାଜ୍ୟର ଜନସାଧାରଣଙ୍କ ନିକଟରେ ଖୁଲାସା କରବି । ସହ ସାଧାରଣ ଜନତା ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଓ ନିରାକରଣ ପାଇଁ ତୃଣମୂଳ ସ୍ତରରେ ସମସ୍ତ କଂଗ୍ରେସ ନେତା ଓ କର୍ମୀ ସଦା 
ସଜାଗ ରହିବାକୁ ଶ୍ରୀ ପଟ୍ଟନାୟକ କହିଥିଲେ । 
   ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧି ନୀତିକୁ ବିରୋଧ କରିବା ସହ ନବୀନଙ୍କ ୨୪ ବର୍ଷର କୁଶାସନ ଓ ଜନତାଙ୍କ ସହ ଧୋକା ଓ ଅନ୍ୟାୟ 
ପ୍ରତିବାଦରେ ଆଗାମୀ ଫେବୃଆରୀ ୨୬ ତାରିଖରେ ଲୋକସେବା ଭବନ ଘେରାଉ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ । ଆଜିର ଏହି ବୈଠକରେ ରାଜ୍ୟ କଂଗ୍ରେସ ସହ ପ୍ରଭାରୀ କ୍ରିଷ୍ଟୋଫର ତିଲକ, ପ୍ରଗମନ ଅଧ୍ୟକ୍ଷ ପ୍ରବୀଣ ପାଠକ ଙ୍କ ସମେତ ଜିଲ୍ଲା କଂଗ୍ରେସ ସଭାପତିମାନେ ଉପସ୍ଥିତ ଥିଲେ । 

 





Advertisment

You Might Also Like