ତାଜା ଖବର
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
ଡେମୋଏହା ଏକ ଡେମୋ ସଂସ୍କରଣ। ଖବର ଓ ଚିତ୍ରଗୁଡ଼ିକ କେବଳ ଉଦାହରଣ ପାଇଁ।
ଓଡ଼ିଶା

ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ

ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ

ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୩୧/୧୦(ଭାରତ ପ୍ରସାରଣ): ଆଜି ଆମେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ, ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସରେ ତାଙ୍କୁ ସ୍ମରଣ କରୁଛୁ । ଜାତି ପ୍ରତି ତାଙ୍କ ଅପରିମିତ ସେବା, ଦୃଢ଼ ଇଚ୍ଛାଶକ୍ତି ଓ ଅଦମ୍ୟ ନେତୃତ୍ୱ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରିତ କରେ । ଜାତୀୟ ଏକତା, ନାରୀ ସଶକ୍ତିକରଣ ଓ ଆତ୍ମନିର୍ଭର ଭାରତ ଗଠନରେ ତାଙ୍କ ଭୂମିକା ଅବିସ୍ମରଣୀୟ । ଆଜି ତାଙ୍କ ସ୍ମୃତିରେ ସମଗ୍ର ଦେଶ ଶ୍ରଦ୍ଧା ସୁମନ ଅର୍ପଣ କରୁଛି ଓ ତାଙ୍କ ଆଦର୍ଶକୁ ସ୍ମରଣ କରୁଛି ।

ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦ ପକ୍ଷରୁ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଆଜି ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳିତ ହୋଇଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର ବିଶ୍ୱାଳ, ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦର ସାଧାରଣ ସମ୍ପାଦକ ଶ୍ରୀ ଅମୀୟ ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ଶ୍ରୀମତୀ ଦୀପ୍ତିମୟୀ ମହାପାତ୍ର ପ୍ରମୁଖ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ମୃତିଚାରଣ କରିଥିଲେ । ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ ଲୌହମାନବୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଦେଶ ଓ ଜାତି ପ୍ରତି ବଳିଦାନ ସହ ସଂହତି, ଏକତା ଓ ରାଷ୍ଟ୍ରର ଅଖଣ୍ଡତା ପ୍ରତି ତାଙ୍କର ପ୍ରତିବଦ୍ଧତା ସମ୍ପର୍କରେ ଉଲ୍ଲେଖ କରିଥିଲେ । ଏହି ଅବସରରେ ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦର ସଦସ୍ୟଙ୍କ ସମେତ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । 




ଶେଷ ଅପଡେଟ୍: 01 ନଭେମ୍ବର 2026, 10:53 ପୂର୍ବାହ୍ନ

← ପୂର୍ବ ଖବରଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହେଲା ଟେରାକୋଟା ପ୍ରଦର୍ଶନୀପର ଖବର →ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଶପଥ ପାଠ