ତାଜା ଖବର
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାଓଡ଼ିଶା ପ୍ରେସ୍ ଆକ୍ରେଡିଟେସନ୍ କମିଟିର ପୁନର୍ଗଠନ ଦାବି, ଦୁଇ ମାସ ମଧ୍ୟରେ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ନିରଞ୍ଜନ ପଟ୍ଟନାୟକଙ୍କ ଶୋକଗଣତନ୍ତ୍ରର ସୁରକ୍ଷା ପାଇଁ ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ, ଘୃଣା ନୁହେଁ ପ୍ରେମ ଓ ଭାଇଚାରାର ବାର୍ତ୍ତା ଦେଇଥିଲେ ରାହୁଲବନ୍ୟାର କ୍ଷୟକ୍ଷତି ସରକାର ଭରଣା କରିବେ ବୋଲି ଚାଷୀକୂଳର ବିଶ୍ବାସ ନାହିଁ; ଚାଷୀ ଆତ୍ମହତ୍ୟା ତା’ର ପ୍ରମାଣ: କଂଗ୍ରେସ
ଡେମୋଏହା ଏକ ଡେମୋ ସଂସ୍କରଣ। ଖବର ଓ ଚିତ୍ରଗୁଡ଼ିକ କେବଳ ଉଦାହରଣ ପାଇଁ।
ଓଡ଼ିଶା

"ମହକ-୨୦୨୬" ର ଉଦ୍‌ଯାପନ

"ମହକ-୨୦୨୬" ର ଉଦ୍‌ଯାପନ

"ମହକ-୨୦୨୬" ର ଉଦ୍‌ଯାପନ

"ମହକ-୨୦୨୬" ର ଉଦ୍‌ଯାପନ


ଭୁବନେଶ୍ୱର, ୪/୧୧(ଭାରତ ପ୍ରସାରଣ): ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ସାଂସ୍କୃତିକ ଶିଶୁ ମହୋତ୍ସବ "ମହକ-୨୦୨୬" ର ଉଦ୍‌ଯାପନୀ ଓ ପୁରସ୍କାର ବିତରଣ ସମାରୋହ ଆଜି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମର ପ୍ରାକ୍ଟିସ୍ ଗ୍ରାଉଣ୍ଡଠାରେ ଅନୁଷ୍ଠିତ ହୋଇଯାଇଛି। ମହକ-୨୦୨୬ ପ୍ରତିଯୋଗିତାଗୁଡ଼ିକରେ ସର୍ବୋତ୍କୃଷ୍ଟ ପ୍ରଦର୍ଶନ ପାଇଁ କନ୍ଧମାଳ ଜିଲ୍ଲାକୁ ରାଜ୍ୟସ୍ତରୀୟ 'ଚାମ୍ପିଅନ୍' ଏବଂ ପୁରୀ ଜିଲ୍ଲାକୁ 'ରନର୍ସ-ଅପ୍' ଭାବେ ପୁରସ୍କୃତ କରାଯାଇଥିଲା।

ଏହି ଭବ୍ୟ ସମାରୋହରେ ଏକାମ୍ର ଭୁବନେଶ୍ୱରର ମାନ୍ୟବର ବିଧାୟକ ଶ୍ରୀ ବାବୁ ସିଂହ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଭାମାନଙ୍କୁ ପୁରସ୍କୃତ କରିଥିଲେ। ସମ୍ମାନିତ ଅତିଥି ଭାବେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଯୋଗଦେଇ ଶିଶୁମାନଙ୍କୁ ଉଦ୍‌ବୋଧନ ଦେଇଥିଲେ।

  • ରାଜ୍ୟସ୍ତରୀୟ ଶିଶୁ ସାଂସ୍କୃତିକ ମହୋତ୍ସବ "ମହକ-୨୦୨୬" ର ଉଦ୍‌ଯାପନୀ ଓ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ
  • କନ୍ଧମାଳ ଚାମ୍ପିଅନ୍ ଓ ପୁରୀ ରନର୍ସ-ଅପ୍

ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ତଥା କମିସନର ଡ. ମୃଣାଳିନୀ ଦରସ୍ୱଲ୍ ନିଜ ବକ୍ତବ୍ୟରେ କହିଥିଲେ ଯେ, ଶିଶୁମାନଙ୍କ ସୃଜନଶୀଳତା ଓ ପ୍ରତିଭା ବିକାଶ ପାଇଁ ମଞ୍ଚ ସବୁବେଳେ ପ୍ରସ୍ତୁତ ରହିଛି। ପ୍ରତ୍ୟେକ ଶିଶୁ ନିର୍ଭୟର ସହିତ ସେମାନଙ୍କର ଅନ୍ତର୍ନିହିତ ଗୁଣର ପରିପ୍ରକାଶ କରିବା ଉଚିତ୍। ଏଥିପାଇଁ ସମସ୍ତ କର୍ମକର୍ତ୍ତା ସହଯୋଗର ହାତ ବଢ଼ାଇବାକୁ ସେ ଆହ୍ୱାନ ଦେଇଥିଲେ।

କାର୍ଯ୍ୟକ୍ରମର ଆରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗର ଆଇସିଡିଏସ୍ (ICDS) ଏବଂ ସମାଜ ମଙ୍ଗଳ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୫ ଜଣ ଶିଶୁ ଯତ୍ନ ଅନୁଷ୍ଠାନ (CCI) ର ପୂର୍ବତନ ଅନ୍ତେବାସୀଙ୍କୁ ସେମାନଙ୍କର ଅସାଧାରଣ ସଫଳତା ପାଇଁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାପରେ 'ମହକ-୨୦୨୬' ଅନ୍ତର୍ଗତ ଆୟୋଜିତ ବିଭିନ୍ନ ରାଜ୍ୟସ୍ତରୀୟ ପ୍ରତିଯୋଗିତାର ବିଜେତାମାନଙ୍କୁ ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମଟି ଅତ୍ୟନ୍ତ ସଫଳତା ଓ ଉତ୍ସାହର ସହ ସମାପ୍ତ ହୋଇଛି।
← ପୂର୍ବ ଖବରସୀମା ବିବାଦର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ: ବିଜେଡିପର ଖବର →ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ବରେ ଥିବା ଜଳସମ୍ପଦ ଓ ଗୃହ ବିଭାଗର ପ୍ରଦର୍ଶନ ନୈରାଶ୍ୟଜନକ: ଭକ୍ତ