ତାଜା ଖବର
ଓଡ଼ିଶାରେ ବର୍ଷା ଓ ବଦଳୁଥିବା ପାଣିପାଗ: ସଚେତନତା ହିଁ ସୁରକ୍ଷାଖେଳ ପଡ଼ିଆରୁ ସ୍ୱପ୍ନର ଉଡ଼ାଣ: ଯୁବ ପ୍ରତିଭାଙ୍କ ପାଇଁ ନୂଆ ସମ୍ଭାବନାବନ୍ୟା ଦୁର୍ଗତ ଗଞ୍ଜାମ,ଗଜପତି ଓ କନ୍ଧମାଳ ଵାସିଙ୍କୁ ସମବେଦନା ଜଣାଇ ଦୀପାବଳୀ ଉତ୍ସବ ପାଳିବେନି ବିରୋଧୀ ଦଳ ନେତା ଓ ପିସିସି ସଭାପତିରାଜ୍ୟ ଯୁବ କଂଗ୍ରେସ ସଭାପତି ପଦ ନିର୍ବାଚନରୁ ଓହରିଲେ ଆଲୋକ ଦାଶ, କଲେ ରାଜ୍ୟ ସାଧାରଣ ସମ୍ପାଦକ ପାଇଁ ନୋମିନେସନଯୁବ କଂଗ୍ରେସ ସଭାପତି ଦୌଡ଼ରେ ୬ ପ୍ରାର୍ଥୀ, ନୋମିନେସନ ତାରିଖ ୧୫କୁ ଘୁଞ୍ଚିଲାତୁରନ୍ତ ଥଇଥାନ ଓ କ୍ଷତିପୂରଣ ପ୍ରଦାନ କରନ୍ତୁ ସରକାର
ଡେମୋଏହା ଏକ ଡେମୋ ସଂସ୍କରଣ। ଖବର ଓ ଚିତ୍ରଗୁଡ଼ିକ କେବଳ ଉଦାହରଣ ପାଇଁ।
ଓଡ଼ିଶା

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି, ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି, ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି,
ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

  • ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ 

  • ଯୋଗଦେବେ ବିଧାୟକମାନଙ୍କ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ 

  • କାର୍ଯ୍ୟକ୍ରମରେ ବିଧାୟକମାନଙ୍କ ଦକ୍ଷତା ବିକାଶ ମୁଖ୍ୟ ଉଦ୍ଦେଶ୍ୟ

ଭୁବନେଶ୍ୱର, ୯/୧୧(ଭାରତ ପ୍ରସାରଣ): ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନ ନଭେମ୍ବର ୧୬ ତାରିଖରେ ସମ୍ଭାବ୍ୟ ଓଡ଼ିଶା ଗସ୍ତରେ ଆସିବେ । ଏହି ଅବସରରେ ସେ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ । ମାନ୍ୟବର ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଏକ ଦିବସୀୟ କାର୍ଯ୍ୟକ୍ରମରେ ତିନୋଟି ଅଧିବେଶନ ରହିବ । ଉଦଘାଟନୀ ଅଧିବେଶନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।

ଏହି ଗସ୍ତ ଓ କାର୍ଯ୍ୟକ୍ରମ ସମ୍ପର୍କରେ ଆଜି ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ ଗଣମାଧ୍ୟମକୁ ସୂଚନା ଦେଇ ମାନ୍ୟବର ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଓଡ଼ିଶା ବିଧାନସଭାରେ ମୋଟ ୩୫ଟି ସଂସଦୀୟ କମିଟି ରହିଛି । ସଂସଦୀୟ କମିଟି ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ କେରଳ ଓ ଓଡ଼ିଶା ଉଲ୍ଲେଖନୀୟ ଭାବେ କାର୍ଯ୍ୟ କରୁଛନ୍ତି । ଏହି ବ୍ୟବସ୍ଥାକୁ ଆହୁରି ସକ୍ରିୟ ଓ ଫଳପ୍ରଦ କରିବା ସହ ବିଧାୟକମାନଙ୍କ ଦକ୍ଷତା ବିକାଶ କରିବା ଏହି ଓରିଏଣ୍ଟେସନ୍ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।
ବିଭିନ୍ନ ବିଭାଗର କାର୍ଯ୍ୟକାରିତା, ସରକାରୀ ଯୋଜନା ଓ ନିଷ୍ପତ୍ତିର ରୂପାୟନ ଏବଂ କାର୍ଯ୍ୟନିର୍ବାହୀ ବିଭାଗଗୁଡ଼ିକର କାର୍ଯ୍ୟଧାରା ଉପରେ ବିଧାୟକମାନେ କିପରି ପ୍ରଭାବଶାଳୀ ଭାବେ ନଜର ରଖିପାରିବେ, ସେ ସମ୍ପର୍କରେ ଆବଶ୍ୟକ ତାଲିମ ପ୍ରଦାନ କରାଯିବ ।

ବିଶେଷକରି ଆଗାମୀ ବଜେଟ୍ ଅଧିବେଶନକୁ ଦୃଷ୍ଟିରେ ରଖି ବଜେଟ୍ ଆଲୋଚନା, ବିଭିନ୍ନ ବିଭାଗକୁ ଆବଣ୍ଟିତ ଅର୍ଥର ପରିମାଣ, ବ୍ୟୟ ଓ ଅନୁଦାନର ଅନୁପାତ, ବଜେଟ୍ ଆକଳନ ଏବଂ କାର୍ଯ୍ୟନିର୍ବାହୀ ବିଭାଗର କାର୍ଯ୍ୟର ସମୀକ୍ଷା ଆଦି ବିଷୟରେ ବିଧାୟକମାନଙ୍କୁ ତାଲିମ ଦିଆଯିବ । ଏଥିସହ ବଜେଟ୍ ଉପସ୍ଥାପନାର ବିଭିନ୍ନ ଦିଗ ଏବଂ ବିଧାନସଭାରେ କିପରି ଅଧିକ ଫଳପ୍ରଦ, ତଥ୍ୟଭିତ୍ତିକ ଓ ଗଠନମୂଳକ ଆଲୋଚନା କରାଯାଇପାରିବ, ସେ ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ।ମାନ୍ୟବର ଉପରାଷ୍ଟ୍ରପତିଙ୍କ ଏହି ଗସ୍ତ ଓ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ଅତ୍ୟନ୍ତ ଫଳପ୍ରଦ ହେବ ବୋଲି ଆଶା ପ୍ରକାଶ କରି ମନ୍ତ୍ରୀ କହିଛନ୍ତି ଯେ, ଏହା ଦ୍ୱାରା ବିଧାୟକମାନଙ୍କ ମଧ୍ୟରେ ଅଭିଜ୍ଞତା ଓ ଭାବର ଆଦାନପ୍ରଦାନ ହେବା ସହ ବିଧାନସଭାର କାର୍ଯ୍ୟଧାରା ଅଧିକ ସୁଦୃଢ଼ ଓ ଗୁଣାତ୍ମକ ହୋଇପାରିବ ।
← ପୂର୍ବ ଖବରଜଟଣୀ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତପର ଖବର →କ୍ରୀଡ଼ାମନ୍ତ୍ରୀ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬ ଆୟୋଜନ ପ୍ରସ୍ତୁତିର ସମୀକ୍ଷା କଲେ